Samaja: Darshana O Sahitya
| AUTHOR | Bhanja, Sanghamitra |
| PUBLISHER | Black Eagle Books (02/25/2022) |
| PRODUCT TYPE | Paperback (Paperback) |
ଯେଉଁଠି ନିର୍ଦ୍ଦିଷ୍ଟ ଲକ୍ଷ୍ୟ ନେଇ ଆମେ ଗୋଷ୍ଠୀବଦ୍ଧ ଜୀବନକୁ ଭେଟିଥାଉ, ତାକୁ ହିଁ ଆମେ ସମାଜ କହୁ । ଏହା ପ୍ରତ୍ୟେକ ମାନବର ଚେତନା-ନିର୍ମାଣକାରୀ ପ୍ରେକ୍ଷାପଟ । ଏହାରି ଭୂମିରୁ ସ୍ୱପ୍ନମଖା ଜୀବନଋତୁକୁ ଆହ୍ୱାନ କରିବା ଏବଂ ରହସ୍ୟମୟ ଭୂମା ପର୍ଯ୍ୟନ୍ତ ଗତି କରିବାର ସ୍ଫୁଲିଙ୍ଗ ପ୍ରାପ୍ତ ହୁଏ । ପୁଣି ଏଥିରୁ ଜୀବନର ଯଥାର୍ଥ ଲକ୍ଷ୍ୟ ମିଳେ, ଆତ୍ମସମୀକ୍ଷା ପ୍ରତି ସଚେତନତା ଏବଂ ଆତ୍ମୋପଲବ୍ଧି ଦିଗରେ ମାନବାତ୍ମାର ଆସ୍ପୃହା ସୃଷ୍ଟି ହୁଏ । ଯେଉଁ ସମାଜର ପରିବେଷ୍ଟନୀଟି ଯେତେ ଆନ୍ତରିକ, ସେହି ବଳୟର ବ୍ୟକ୍ତିସତ୍ତା ସେତେ ସ୍ୱତନ୍ତ୍ର । ସାହିତ୍ୟିକଟିଏ ସମାଜର ଆନ୍ତରିକ ବେଷ୍ଟନୀରୁ ହିଁ ସର୍ଜ୍ଜନାର ପ୍ରେରଣା ଲାଭ କରିଥାଏ । ବିସ୍ତୃତ ସାମାଜିକ ଭୂମି ଉପରେ ଶିଳ୍ପୀର ଅନୁଭବ ହୁଏ ଶାଣିତ, ଶିକ୍ଷା ହୁଏ ମାର୍ଜିତ, ଜୀବନର ବ୍ୟାଖ୍ୟା ତେଣୁ ହୁଏ ଯଥାର୍ଥ ଓ ହୃଦ୍ୟ । ସମାଜ ବ୍ୟତିରେକ ଅନ୍ୟ କୌଣସି ସ୍ଥାନରେ ଜୀବନର ମୂଲ୍ୟ ଖୋଜିହୁଏନି । ବିବିଧ ଅନୁଭବ ରସାଣିତ ଉପଲବ୍ଧିକୁ ନେଇ ସାହିତ୍ୟିକର ଜୀବନୀୟ ଦର୍ଶନ ହୋଇଥାଏ ବଳିଷ୍ଠ ତଥା କାଳୋତ୍ତୀର୍ଣ୍ଣ । "ଦର୍ଶନ ଓ ସାହିତ୍ୟ' ପରସ୍ପରର ପରିପୂରକ । "ସମାଜ ମୂଲ୍ୟ' ଉଭୟ ଦର୍ଶନ ଓ ସାହିତ୍ୟରେ ଅନ୍ତଃସଲୀଳା ଫଲ୍]ଗୁ ଭଳି ତରଙ୍ଗାୟିତ ହୋଇଥାଏ । ଜୀବନୀୟ ମୂଲ୍ୟବୋଧକୁ ନେଇ ଶିଳ୍ପୀର ସ୍ୱତନ୍ତ୍ର ଦୃଷ୍ଟିକୋଣକୁ ଦର୍ଶନରେ ଶିରପା ଲାଭ ହୁଏ । ଅନ୍ତର୍ନିମଗ୍ନ ଚେତନାର ଗରିମା ଦ୍ୱାରା ଲେ